Take a fresh look at your lifestyle.

ଜଗନ୍ନାଥଙ୍କ ଦାରୁ ମୂର୍ତ୍ତି ଓ ବିଶ୍ୱକର୍ମାସମ୍ପାଦନ କରନ୍ତୁ

0 3

କିମ୍ବଦନ୍ତୀ ଅନୁଯାୟୀ ଜଗନ୍ନାଥଙ୍କ ଦାରୁ ମୂର୍ତ୍ତି ବିଶ୍ୱକର୍ମା ନିର୍ମାଣ କରିଥିଲେ । ଇନ୍ଦ୍ରଦ୍ୟୁମ୍ନ ରାଜା ବାଙ୍କି ମୁହାଣରୁ ସଂଗ୍ରହ କରିଥିବା ଦାରୁରେ ଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ କରିବାକୁ ନାନା ଦେଶରୁ ଦକ୍ଷ ଶିଳ୍ପୀମାନଙ୍କୁ ଅଣାଇ କାମରେ ଲଗାଇଥିଲେ କିନ୍ତୁ ସେମାନଙ୍କ ନିହାଣ ମୁନରେ ସେ ଦାରୁ ଖୋଳାଯାଇ ପାରିଲା ନାହିଁ, ବରଂ ସେଗୁଡ଼ିକର ଧାର ଓଲଟି ଗଲା ।

ମୂର୍ତ୍ତି ଗଢ଼ିବାରେ ବିଫଳ ହୋଇ ସମସ୍ତେ ଫେରିବାରେ ଲାଗିଲେ ଓ ଦିନକୁ ଦିନ ରାଜା ରାଣୀଙ୍କ ମନରେ ଭାଳେଣି ପଡ଼ିଲା । କିଛିଦିନ ଗତ ହେବା ପରେ ଦିନେ ଜଣେ ବୁଢ଼ା ବଢ଼େଇ ଆସି ମୂର୍ତ୍ତି ନିର୍ମାଣ କରିବାକୁ ଆଗ୍ରହ ପ୍ରକାଶ କଲା । ପରିଶେଷରେ ବୁଢ଼ା ବଢ଼େଇକୁ ନିର୍ମାଣ ଦାୟିତ୍ୱ ଦିଆଗଲା । ବୁଢ଼ା ବଢ଼େଇର ସର୍ତ୍ତ ରଖିଲା ୨୧ଦିନ ପର୍ଯ୍ୟନ୍ତ ମନ୍ଦିର ଦ୍ୱାର ଫିଟିବ ନାହିଁ, ସେ ଉପବାସ ରହି ମୂର୍ତ୍ତି ନିର୍ମାଣ କରିବ ।

ଏଥିରେ ରାଜା ରାଜି ହୋଇ ମନ୍ଦିର ଦ୍ୱାର ବନ୍ଦ କଲେ । ପ୍ରତ୍ୟେକ ଦିନ ରାଜା ଭିତରର ଠକ୍‌ ଠକ୍‌ ଶବ୍ଦ ଶୁଣିବାର ବ୍ୟବସ୍ଥା କରିଥାନ୍ତି । କିଛିଦିନପରେ ଭିତରୁ ଶବ୍ଦ ଆସିବା ବନ୍ଦ ହୋଇଯିବା ପରେ ଗୁଣ୍ଡିଚା ରାଣୀ ଧୈର୍ଯ୍ୟ ଧରି ରହିପାରିଲେ ନାହିଁ । ବୁଢ଼ା ବଢ଼େଇ ଉପବାସରେ ମୃତ୍ୟୁବରଣ କରିଛି ବୋଲି ସେ ଭାବିଲେ ଓ ରାଜାଙ୍କୁ ଦ୍ୱାର ଖୋଲିବାକୁ ଅନୁରୋଧ କଲେ ।

- Advertisement -

Leave A Reply

Your email address will not be published.